Breaking PLUSଦେଶଦେଶ ବିଦେଶମୁଖ୍ୟ ଖବରସ୍ୱତନ୍ତ୍ର

ଫାଇନାଲରେ ଭାରତ-ଅଷ୍ଟ୍ରେଲିଆ ମୁହାଁମୁହିଁ

ଆଜି ବିଶ୍ବକପ-୨୦୨୩ ଦ୍ବିତୀୟ ସେମିଫାଇନାଲରେ ଅଷ୍ଟ୍ରେଲିଆ ବିଜୟୀ ହୋଇଛି। ଦକ୍ଷିଣ ଆଫ୍ରିକାକୁ ୪ ୱିକେଟରେ ପରାସ୍ତ କରି ବିଶ୍ବକପ ଫାଇନାଲରେ ପ୍ରବେଶ କରିଛି। ପୂର୍ବରୁ ନ୍ୟୁଜିଲାଣ୍ଡକୁ ହରାଇ ଭାରତ ଫାଇନାଲରେ ପହଞ୍ଚିଥିଲା। ଫଳରେ ଫାଇନାଲ ମ୍ୟାଚ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ହେବ। ଆସନ୍ତା ୧୯ ତାରିଖ (ରବିବାର)ରେ ଅହମଦାବାଦସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ପୂର୍ବରୁ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଫାଇନାଲରେ ପହଞ୍ଚି ସାରିଥିବା ଶକ୍ତିଶାଳୀ ଭାରତୀୟ ଟିମ୍‌କୁ ମୁକାବିଲା କରିବ। ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁ ଥିବା ଫାଇନାଲ ମ୍ୟାଚ୍‌ ରୋମାଞ୍ଚକର ହେବ। ଦୁଇ ଶକ୍ତିଶାଳୀ ଦଳ ନିଜର ଶ୍ରେଷ୍ଠ ଖେଳ ପ୍ରଦର୍ଶନ କରିବାକୁ ଥିବାରେୁ ବିଶ୍ବକପ ଫାଇନାଲ ବେଶ ଜମିବ ବୋଲି ଖେଳପ୍ରେମୀ ଆଶା ରଖିଛନ୍ତି। ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁ ଥିବା ଫାଇନାଲ ମ୍ୟାଚ୍‌ ରୋମାଞ୍ଚକର ହେବ ବୋଲି ଆଶା କରାଯାଉଛି। ଭାରତ ତୃତୀୟ ଥର ବିଶ୍ବକପ୍‌ ଚାମ୍ପିଅନ ହେବା ପାଇଁ ଆଶା ରଖିଥିବା ବେଳେ ୫ ଥର ବିଜେତା ଅଷ୍ଟ୍ରେଲିଆ (୧୯୮୭, ୧୯୯୯, ୨୦୦୩, ୨୦୦୭ ଓ ୨୦୧୫) ଷଷ୍ଠ ଥର ପାଇଁ ବିଜୟୀ ହୋଇ ଇତିହାସ ରଚିବା ଲକ୍ଷ୍ୟ ରଖିଛି।

Show More

Related Articles

Back to top button