Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଖସୁଛି କରୋନା, ଗତ ୨୪ ଘଣ୍ଟାରେ ୩୦,୨୫୪ ଜଣ ନୂଆ କରୋନା ରୋଗୀ ଚିହ୍ନଟ

ଦେଶରେ ଗତ କିଛିଦିନ ହେବ ଲଗାତାର ଭାବେ ମହାମାରୀ କରୋନା ସଂକ୍ରମଣ କମୁଥିବାବେଳେ ଏବେ ଏଥିରେ ପୁଣି ପରିବର୍ତନ ଦେଖାଦେଇଛି। ବିଭିନ୍ନ ରାଜ୍ୟରେ ପୁଣି ସଂକ୍ରମଣ ବଢ଼ିବା, ବିଶେଷ କରି ଉତ୍ତର ଭାରତରେ ହଠାତ୍‌ ସଂକ୍ରମଣ ବଢ଼ିଯିବାରୁ ଏହା ଏବେ ଚିନ୍ତା ପାଲଟିଛି ।

ଦେଶରେ ଗତ କିଛିଦିନ ହେବ ଲଗାତାର ଭାବେ ମହାମାରୀ କରୋନା ସଂକ୍ରମଣ କମୁଥିବାବେଳେ ଏବେ ଏଥିରେ ପୁଣି ପରିବର୍ତନ ଦେଖାଦେଇଛି। ବିଭିନ୍ନ ରାଜ୍ୟରେ ପୁଣି ସଂକ୍ରମଣ ବଢ଼ିବା, ବିଶେଷ କରି ଉତ୍ତର ଭାରତରେ ହଠାତ୍‌ ସଂକ୍ରମଣ ବଢ଼ିଯିବାରୁ ଏହା ଏବେ ଚିନ୍ତା ପାଲଟିଛି । ଏହାରି ମଧ୍ୟରେ ରବିବାର ୨୪ ଘଣ୍ଟାରେ ୩୦,୨୫୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୯୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୮ଲକ୍ଷ ୫୭ ହଜାର୦୨୯କୁ ବୃଦ୍ଧି ପାଇଛି ଏବଂ ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୩ ହଜାର ୦୧୯ରେ ପହଞ୍ଚିଛି। ସେହିପରି ୩ଲକ୍ଷ ୫୬ ହଜାର ୫୪୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୯୩ ଲକ୍ଷ ୫୭ ହଜାର ୪୬୪ ସୁସ୍ଥ ହୋଇଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Show More

Related Articles

Back to top button