Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ବେକାବୁ କରୋନା, ଗତ ୨୪ ଘଣ୍ଟା ମଧ୍ୟରେ ୧,୩୧,୯୬୮ ଜଣ କରୋନା ସଂକ୍ରମିତ ଚିହ୍ନଟ

ଦେଶରେ ହୁ ହୁ ହୋଇ ବଢିବାରେ ଲାଗିଛି ସଂକ୍ରମଣ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୧,୯୬୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନାରେ ୭୮୦ ଜଣଙ୍କ ଯାଇଛି ଜୀବନ।

ଦେଶରେ ହୁ ହୁ ହୋଇ ବଢିବାରେ ଲାଗିଛି ସଂକ୍ରମଣ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୧,୯୬୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନାରେ ୭୮୦ ଜଣଙ୍କ ଯାଇଛି ଜୀବନ। ଏହାସହ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୩୦,୬୦,୫୪୨ରେ ପହଞ୍ଚିଛି। ଗୁରୁତ୍ୱପୂର୍ଣ୍ଣ କଥା ହେଲା, କରୋନା ଭାଇରସ୍‌ ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜିକୁ ମିଶାଇ ପାଞ୍ଚଦିନ ମଧ୍ୟରେ ଦେଶରେ ଚାରି ଥର ଦୈନିକ ସଂକ୍ରମଣ ସଂଖ୍ୟା ୧ ଲକ୍ଷ ଟପିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୭୮୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ ଜନିତ ମୃତ୍ୟୁସଂଖ୍ୟା ୧,୬୭,୬୪୨ରେ ପହଂଚିଲାଣି। ସେହିପରି ସୁସ୍ଥ ହୋଇଥିବା ୬୧,୮୯୯ ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ୧,୧୯,୧୩, ୨୯୨ ରହିଛି। ବର୍ତ୍ତମାନ ସମୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୭୯,୬୦୮ ରହିଛି । ସ୍ୱାସ୍ଥ୍ୟ ମନ୍ତ୍ରାଣାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯,୪୩,୩୪,୨୬୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି ।

Show More

Related Articles

Back to top button