Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୭୩ ହଜାର ୭୯୦ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଦେଶରେ ୨ ଲକ୍ଷ ତଳକୁ ରହିଛି ଦୈନିକ ସଂକ୍ରମଣ। ଆଉ ୧ ଲକ୍ଷ ୭୩ ହଜାର ୭୯୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୭୭,୨୯,୨୪୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୩ ହଜାର ୬୧୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୨୨,୫୧୨।

ଦେଶରେ ୨ ଲକ୍ଷ ତଳକୁ ରହିଛି ଦୈନିକ ସଂକ୍ରମଣ। ଆଉ ୧ ଲକ୍ଷ ୭୩ ହଜାର ୭୯୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୭୭,୨୯,୨୪୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୩ ହଜାର ୬୧୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୨୨,୫୧୨। ମୃତ୍ୟୁ ହାର ୧.୧୬% ରେ ପହଞ୍ଚିଛି । ଦିନକରେ ୨ ଲକ୍ଷ ୮୪ ହଜାର୬୦୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୫୧,୭୮,୦୧୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୦.୮୦ % କୁ ବୃଦ୍ଧି ପାଇଛି। ୨୨,୨୮,୭୨୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୮.୦୪%। ଦେଶରେ ୨୦ କୋଟି ୮୯ ଲକ୍ଷ ୨ ହଜାର ୪୪୫ ଟିକା ନେଲେଣି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Show More

Related Articles

Back to top button