Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଗତ ୨୪ ଘଣ୍ଟାରେ ୨ଲକ୍ଷ ୨୨ହଜାର ୩୧୫ ନୂଆ ଆକ୍ରାନ୍ତ ଚିହ୍ନଟ

ଦେଶର ଏବେ ଦୈନିକ ସଂକ୍ରମଣ କମିବାରେ ଲାଗିଛି। କିନ୍ତୁ ମୃତ୍ୟୁ ସଂଖ୍ୟାରେ କୌଣସି ପରିବର୍ତ୍ତନ ହେଉନାହିଁ। କେନ୍ଦ୍ରର ତଥ୍ୟ ଅନୁସାରେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ହଜାରରୁ ୫ହଜାର ମଧ୍ୟରେ ରହୁଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତାଜା ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୨ଲକ୍ଷ ୨୨ହଜାର ୩୧୫ ନୂଆ ଆକ୍ରାନ୍ତ ଚିହ୍ନଟ

ଦେଶର ଏବେ ଦୈନିକ ସଂକ୍ରମଣ କମିବାରେ ଲାଗିଛି। କିନ୍ତୁ ମୃତ୍ୟୁ ସଂଖ୍ୟାରେ କୌଣସି ପରିବର୍ତ୍ତନ ହେଉନାହିଁ। କେନ୍ଦ୍ରର ତଥ୍ୟ ଅନୁସାରେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ହଜାରରୁ ୫ହଜାର ମଧ୍ୟରେ ରହୁଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତାଜା ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୨ଲକ୍ଷ ୨୨ହଜାର ୩୧୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ୪ହଜାର ୪୫୪ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨କୋଟି ୬୭ଲକ୍ଷ ୫୨ହଜାର ୪୪୭ରେ ପହଞ୍ଚିଛି। ସେହିପରି ନୂଆ ମୃତକଙ୍କୁ ମିଶାଇ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୩ଲକ୍ଷ ୦୩ହଜାର ୭୨୦ରେ ପହଞ୍ଚିଛି। ଏବେ ଦେଶରେ ୨୭ଲକ୍ଷ ୨୦ହଜାର ୭୧୬ଆକ୍ଟିଭ କେସ୍ ରହିଛି। ସେହିପରି ୨୪ ଘଣ୍ଟାରେ ୩ଲକ୍ଷ ୦୨ହଜାର ୫୪୪ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ସୁସ୍ଥ ସଂଖ୍ୟାକୁ ମିଶାଇ ସମୁଦାୟ ୨କୋଟି ୩୭ଲକ୍ଷ ୨୮ହଜାର ୦୧୧ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରର ତଥ୍ୟ ଅନୁସାରେ ଦେଶରେ ସମୁଦାୟ ୧୯କୋଟି ୬୦ଲକ୍ଷ ୫୧ହଜାର ୯୬୨ଜଣ ହିତାଧିକାରୀଙ୍କୁ ଟିକା ଦିଆସରିଛି। କରୋନା ନିୟନ୍ତ୍ରଣ ପାଇଁ ଜାତୀୟସ୍ତରରେ ଲକ୍‌ଡାଉନ୍ ଘୋଷଣା କରାଯାଇନାହିଁ। କିନ୍ତୁ ରାଜ୍ୟଗୁଡ଼ିକରେ ପରିସ୍ଥିତି ଦେଖି ଲକ୍‌ଡାଉନ୍ ଓ ସଟ୍‌ଡାଉନ୍ ଘୋଷଣା କରାଯାଇଛି। ଏଯାବତ୍ ଦେଶରେ ଟିକାକରଣ ପ୍ରକ୍ରିୟା ଜାରି ରହିଛି।

Show More

Related Articles

Back to top button