Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ କମୁଛି ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ୨,୬୩,୫୩୩ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ ଲଗାତାର ଭାବେ କମୁଛି କରୋନା ସଂକ୍ରମଣ | ୪ଲକ୍ଷ ଉପରେ ରହୁଥିବା ସଂକ୍ରମଣ ଏବେ ୨ଲକ୍ଷରେ ପହଂଚିଛି | ହେଲେ ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି, ଯାହା ଏବେ ସରକାରଙ୍କ ଚିନ୍ତାର କାରଣ ପାଲଟିଛି | ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣ ସଂଖ୍ୟା ୨.୬୩ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୪,୩୨୯ ରହିଥିବା ଜଣାପଡ଼ିଛି।

ଦେଶରେ ଲଗାତାର ଭାବେ କମୁଛି କରୋନା ସଂକ୍ରମଣ | ୪ଲକ୍ଷ ଉପରେ ରହୁଥିବା ସଂକ୍ରମଣ ଏବେ ୨ଲକ୍ଷରେ ପହଂଚିଛି | ହେଲେ ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି, ଯାହା ଏବେ ସରକାରଙ୍କ ଚିନ୍ତାର କାରଣ ପାଲଟିଛି | ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣ ସଂଖ୍ୟା ୨.୬୩ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୪,୩୨୯ ରହିଥିବା ଜଣାପଡ଼ିଛି। ସବୁଠାରୁ ବଡ଼ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥ ସଂଖ୍ୟା ଅଧିକ ରହିଛି |

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୬୩, ୫୩୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪,୩୨୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୫୨,୨୮,୯୯୬ ଓ ମୃତ୍ୟୁସଂଖ୍ୟା ୨,୭୮,୭୧୯ରେ ପହଞ୍ଚିଛି।

Show More

Related Articles

Back to top button