Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଥମୁନି କରୋନା, ଗତ ୨୪ ଘଣ୍ଟା ମଧ୍ୟରେ ୩,୫୭,୨୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଆଜି ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୫୭,୨୨୯ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସବୁଠାରୁ ବଡ଼ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟା ସହ ସୁସ୍ଥ ସଂଖ୍ୟା ମଧ୍ୟ ଅଧିକ ରହିଛି । ଗତକାଲିଠାରୁ ଆଜି ସୁସ୍ଥ ସଂଖ୍ୟା ଅଧିକ ରହିଥିବା ବେଳେ ଗତ ୨୪ଘଣ୍ଟା ମଧ୍ୟରେ ୩,୨୦,୨୮୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୫୭,୨୨୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୪୪୯ ମୃତ୍ୟୁ ରେକର୍ଡ କରାଯାଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୦୨,୮୨,୮୩୩ ଓ ମୃତ୍ୟୁସଂଖ୍ୟା ୨,୨୨,୪୦୮ରେ ପହଞ୍ଚିଛି ।

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୨୦,୨୮୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୧, ୬୬,୧୩, ୨୯୨ରେ ପହଞ୍ଚିଛି । ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୪,୪୭,୧୩୩ । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୫,୮୯,୩୨,୯୨୧ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି ।

Show More

Related Articles

Back to top button