Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ କରୋନାର ଦ୍ୱିତୀୟ ଲହର, ଗତ ୨୪ ଘଣ୍ଟା ମଧ୍ୟରେ ୪୭ହଜାର ୨୬୨ ନୂଆ ଆକ୍ରାନ୍ତ ଚିହ୍ନଟ

ଦେଶରେ ପୁଣି ଥରେ କାୟା ବିସ୍ତାର କରୁଛି କରୋନା । ଦୈନିକ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪୭ହଜାର ୨୬୨ ନୂଆ ଆକ୍ରାନ୍ତ । ଏହି ସମୟରେ ମହାମାରୀ ନେଇଛି ଆଉ ୨୭୫ ସଂକ୍ରମିତଙ୍କ ଜୀବନ ।

ଦେଶରେ ପୁଣି ଥରେ କାୟା ବିସ୍ତାର କରୁଛି କରୋନା । ଦୈନିକ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪୭ହଜାର ୨୬୨ ନୂଆ ଆକ୍ରାନ୍ତ । ଏହି ସମୟରେ ମହାମାରୀ ନେଇଛି ଆଉ ୨୭୫ ସଂକ୍ରମିତଙ୍କ ଜୀବନ ।

ମହାରାଷ୍ଟ୍ର, କେରଳ, ପଞ୍ଜାବ, ଗୁଜରାଟ, ତାମିଲନାଡୁ, କର୍ଣ୍ଣାଟକ, ମଧ୍ୟପ୍ରଦେଶ, ଛତିଶଗଡ଼ ଆଦି ରାଜ୍ୟରେ ଦୈନିକ ସଂକ୍ରମଣ ବଢ଼ିବାରେ ଲାଗିଛି । ଦେଶରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧କୋଟି ୧୭ଲକ୍ଷ ୩୪ହଜାର ୫୮କୁ ବୃଦ୍ଧି ପାଇଛି । କରୋନାରେ ପ୍ରାଣ ହରାଇଛନ୍ତି ୧ଲକ୍ଷ ୬୦ହଜାର ୪୪୧ ସଂକ୍ରମିତ ।

ଗତ ୨୪ ଘଣ୍ଟାରେ ଦେଶରେ ସୁସ୍ଥ ହୋଇଛନ୍ତି ୨୩ହଜାର ୯୦୭ ଆକ୍ରାନ୍ତ । ବର୍ତ୍ତମାନ ସୁଦ୍ଧା ଆରୋଗ୍ୟ ଲାଭ କଲେଣି ୧କୋଟି ୧୨ଲକ୍ଷ ୫ହଜାର ୧୬୦ ଆକ୍ରାନ୍ତ । ଏବେ ଦେଶରେ ୩ଲକ୍ଷ ୬୮ହଜାର ୪୫୭ଟି ଆକ୍ଟିଭ୍ କେସ୍ ରହିଛି ।

Show More

Related Articles

Back to top button