Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ସ୍ଥିର ରହିଛି ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ୪୮୭୮୬ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୦୦୫ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୮୭୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦୦ ଉପରେ ରହିଛି। ୨୪ ଘଣ୍ଟା ମଧ୍ୟରେ ୧୦୦୫ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪ ଲକ୍ଷ ୧୧ ହଜାର ୬୩୪ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୯୯ ହଜାର ୪୫୯ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୪ ଲକ୍ଷ ୮୮ ହଜାର ୯୧୮ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୫୨୩୨୫୭।

Show More

Related Articles

Back to top button