Breaking PLUSଦେଶ ବିଦେଶମୁଖ୍ୟ ଖବର
ଦେଶରେ ନିମ୍ନଗାମୀ କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଆଉ ୫୩ ହଜାର ୨୫୬ ନୂଆ ସଂକ୍ରମିତ ଚିହ୍ନଟ
ଦେଶରେ ଦୀର୍ଘ ୮୮ ଦିନ ପରେ କରୋନା ଦୈନିକ ସଂକ୍ରମଣ ସବୁଠାରୁ କମ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଆଉ ୫୩ ହଜାର ୨୫୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୯,୩୫,୨୨୧କୁ ବୃଦ୍ଧି ପାଇଛି।

ଦେଶରେ ଦୀର୍ଘ ୮୮ ଦିନ ପରେ କରୋନା ଦୈନିକ ସଂକ୍ରମଣ ସବୁଠାରୁ କମ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଆଉ ୫୩ ହଜାର ୨୫୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୯,୩୫,୨୨୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୪୨୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୮୮,୧୩୫ରେ ପହଞ୍ଚିଛି। ଦିନକରେ ଆଉ ୭୮,୧୯୦ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୮,୪୪,୧୯୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭,୦୨, ୮୮୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୮,୦୦,୩୬,୮୯୮ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।