Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଖସୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଗତ ୨୪ ଘଣ୍ଟା ମଧ୍ୟରେ ୬୦,୪୭୧ ଜଣ ଆକ୍ରାନ୍ତ ଚିହ୍ନଟ

ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ ଗତ କିଛି ଦିନ ଧରି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨ ହଜାର ୭୨୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୭୭ ହଜାର ୩୧କୁ ବୃଦ୍ଧି ପାଇଛି । ଦିନକରେ ୬୦ ହଜାର ୪୭୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ ଗତ କିଛି ଦିନ ଧରି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨ ହଜାର ୭୨୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୭୭ ହଜାର ୩୧କୁ ବୃଦ୍ଧି ପାଇଛି । ଦିନକରେ ୬୦ ହଜାର ୪୭୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୫ ଲକ୍ଷ ୭୦ ହଜାର ୮୮୧କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୧୩ ହଜାର ୩୭୮ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୮୨ ଲକ୍ଷ ୮୦ ହଜାର ୪୭୨ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୫ କୋଟି ୯୦ ଲକ୍ଷ ୪୪ ହଜାର ୭୨ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଅନ୍ୟପକ୍ଷରେ ଗତ ୨୪ ଘଣ୍ଚାରେ ଦେଶରେ ପ୍ରାୟ ୧,୧୭,୫୨୫ ଜଣ ସୁସ୍ଥ ହୋଇଛନ୍ତି । ଏହା ଫଳରେ ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୨ କୋଟି ୮୨ ଲକ୍ଷକୁ ବୃଦ୍ଧି ପାଇଛି ଓ ଆରୋଗ୍ୟ ହାର ୯୫.୬୪ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ସହିତ ଦେଶର ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୧୩ ହଜାର ୩୭୮କୁ ହ୍ରାସ ପାଇଛି ।

Show More

Related Articles

Back to top button