Breaking PLUSଦେଶ ବିଦେଶମୁଖ୍ୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୬୨,୨୧୨ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ

ଦେଶରେ ଧିରେ ଧିରେ କମୁଛି ମହାମାରୀ କରୋନା ସଂକ୍ରମଣ । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୬୨,୨୧୨ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୮୩୭ ଜଣଙ୍କର ମୃତ୍ୟୁ ଘଟିଛି

ଦେଶରେ ଧିରେ ଧିରେ କମୁଛି ମହାମାରୀ କରୋନା ସଂକ୍ରମଣ । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୬୨,୨୧୨ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୮୩୭ ଜଣଙ୍କର ମୃତ୍ୟୁ ଘଟିଛି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଦେଶରେ ମୋଟ କରୋନା ରୋଗୀଙ୍କ ସଂଖ୍ୟା ୭୪,୩୨,୬୮୧କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।

ଏହା ସହ ଦେଶରେ ବର୍ତ୍ତମାନ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୭,୯୫,୦୮୭ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୧,୧୨,୯୯୮ ଜଣ ପ୍ରାଣ ହରାଇଛନ୍ତି।

ଆହୁରି ମଧ୍ୟ ୬୫,୨୪,୫୯୬ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

Show More

Related Articles

Back to top button