Breaking PLUSଦେଶ ବିଦେଶମୁଖ୍ୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୩ ହଜାର ୨୭୨ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ

ଦେଶରେ ଜାରି ରହିଛି ମହାମାରୀ କରୋନାର ଆତଙ୍କ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୩ ହଜାର ୨୭୨ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି ଏବଂ ୯୨୬ ଜଣ ସଂକ୍ରମିତ ବ୍ୟକ୍ତିଙ୍କ ଜୀବନ ନେଇଛି ମହାମାରୀ କରୋନା । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି

ଦେଶରେ ଜାରି ରହିଛି ମହାମାରୀ କରୋନାର ଆତଙ୍କ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୩ ହଜାର ୨୭୨ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି ଏବଂ ୯୨୬ ଜଣ ସଂକ୍ରମିତ ବ୍ୟକ୍ତିଙ୍କ ଜୀବନ ନେଇଛି ମହାମାରୀ କରୋନା । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଦେଶରେ ବର୍ତ୍ତମାନ ୮ ଲକ୍ଷ ୮୩ ହଜାର ୧୮୫ ଜଣ କରୋନା ଆକ୍ରାନ୍ତ ରୋଗୀ ଚିକିତ୍ସାଧୀନ ଥିବା ବେଳେ ୫୯ ଲକ୍ଷ ୮୮ ହଜାର ୮୨୨ ଜଣ ବ୍ୟକ୍ତି ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରିଛନ୍ତି ଏବଂ ୧ ଲକ୍ଷ ୭ ହଜାର ୪୧୬ ଜଣ ଲୋକଙ୍କ ଜୀବନ ନେଇଛି ମହାମାରୀ କରୋନା ।

ସୁସ୍ଥ ହାର ୮୫.୫୨ ପ୍ରତିଶତ ଥିବାବେଳେ ମୃତ୍ୟୁ ହାର ୧.୫୪ ପ୍ରତିଶତ ରହିଛି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟରେ କୁହାଯାଇଛି। ବର୍ତ୍ତମାନ ସକ୍ରିୟ ମାମଲାଗୁଡ଼ିକର ମୋଟ ପ୍ରତିଶତ ୧୨.୯୪ ପ୍ରତିଶତ ରହିଛି।

Show More

Related Articles

Back to top button