Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ରେକର୍ଡ ଭାଙ୍ଗିଲା କରୋନା, ଗତ ୨୪ ଘଣ୍ଟାରେ ୯୫ ହଜାରରୁ ଉର୍ଦ୍ଧ୍ଵ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ

ଦେଶରେ କରୋନା ସଂକ୍ରମଣ ସ୍ଥିତି ଅସମ୍ଭାଳ ହୋଇପଡିଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୫ ହଜାରରୁ ଉର୍ଦ୍ଧ୍ଵ ନୂତନ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି

ଦେଶରେ କରୋନା ସଂକ୍ରମଣ ସ୍ଥିତି ଅସମ୍ଭାଳ ହୋଇପଡିଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୫ ହଜାରରୁ ଉର୍ଦ୍ଧ୍ଵ ନୂତନ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ଆଜିର ସଂଖ୍ୟାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୪ ଲକ୍ଷ ଅତିକ୍ରମ କରିଛି । ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୯୫,୭୩୫ ଜଣ ନୂଆ ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୪,୬୫,୮୬୪କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩୪,୭୧,୭୮୩ ଜଣ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇଥିବା ବେଳେ ୯,୧୯,୦୧୮ ଜଣ ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି । ସେହିପରି ଆଜି ୧,୧୭୨ ଜଣ କରୋନା ସଂକ୍ରମିତ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଦେଶରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୭୫,୦୬୨କୁ ବୃଦ୍ଧି ପାଇଛି ।

Show More

Related Articles

Back to top button