Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪,୩୩୭ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ୨୪,୩୩୭ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୦,୫୫,୫୬୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟା ମଧ୍ୟରେ ୨୪,୩୩୭ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୦,୫୫,୫୬୦ରେ ପହଞ୍ଚିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୪,୩୩୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୩୩ ମୃତ୍ୟୁ ରେକର୍ଡ କରାଯାଇଛି। ରବିବାର ଠାରୁ ଆଜିର ସଂକ୍ରମଣ ହାର ୮.୫% କମ୍‌ ରହିଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧୪୫, ୮୧୦ରେ ପହଞ୍ଚିଛି। ସେହିଭଳି, ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୦,୫୫,୫୬୦ରେ ପହଞ୍ଚିଛି।

ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୯୬, ୦୬, ୧୧୧। ସମ୍ପ୍ରତି ଜାତୀୟସ୍ତରରେ ସୁସ୍ଥତାହାର ୯୫.୫୩ ଥିବା ବେଳେ ମୃତ୍ୟୁହାର ୧.୪୫%ରେ ରହିଛି।

Show More

Related Articles

Back to top button