Breaking PLUSଦେଶ ବିଦେଶମୁଖ୍ୟ ଖବର
ଗତ ୨୪ ଘଣ୍ଟାରେ ଦେଶରେ ୯୬ ହଜାର ୪୨୪ ଜଣ ନୂଆ କରୋନା ପଜିଟିଭ୍ ରୋଗୀ ଚିହ୍ନଟ
ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୯୬ ହଜାର ୪୨୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି

ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୯୬ ହଜାର ୪୨୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୨ ଲକ୍ଷ ୧୪ ହଜାର ୬୭୭ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧୧୭୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୮୪ ହଜାର ୩୭୨ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୧୦ ଲକ୍ଷ ୧୭ ହଜାର ୭୫୪ ଜଣ ସକ୍ରିୟ ରୋଗୀ ଥିବାବେଳେ ୪୧ ଲକ୍ଷ ୨୫ ହଜାର ୫୫୧ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।