Breaking PLUSଦେଶ ବିଦେଶମୁଖ୍ୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪ହଜାର ୨୮୧ଜଣ ନୂଆ କରୋନା ସଂକ୍ରମିତ ରୋଗୀ ଚିହ୍ନଟ

ଦେଶରେ ଆଜି ପୁଣି ଥରେ ୪୦,୦୦୦ ଅତିକ୍ରମ କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪ହଜାର ୨୮୧ଜଣ ନୂଆ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦ‌ାୟ କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ୮୬ ଲକ୍ଷ ୩୬ହଜାର ୦୧୨ ରେ ପହଁଞ୍ଚିଛି । ଏହା ସହ ଆଜି ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫୦୦ପାର କରିଛି ।

ଦେଶରେ ଆଜି ପୁଣି ଥରେ ୪୦,୦୦୦ ଅତିକ୍ରମ କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪ହଜାର ୨୮୧ଜଣ ନୂଆ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦ‌ାୟ କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ୮୬ ଲକ୍ଷ ୩୬ହଜାର ୦୧୨ ରେ ପହଁଞ୍ଚିଛି । ଏହା ସହ ଆଜି ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫୦୦ପାର କରିଛି । ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଦେଶରେ ୫୧୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୭ହଜାର ୫୭୧ରେ ପହଞ୍ଚିଛି।

ଏବେ ସୁଦ୍ଧା କରୋନାରୁ ସମୁଦାୟ ୮୦ଲକ୍ଷ ୧୩ହଜାର ୭୮୩ଜଣ ସୁସ୍ଥ ହୋଇ ସାରିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୫୦ ହଜାର ୩୨୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ଦେଶରେ ୪,୯୪,୬୫୭ଜଣ ସକ୍ରିୟ କରୋନା ଆକ୍ରାନ୍ତ ରୋଗୀ ଚିତ୍କିସିତ ହେଉଛନ୍ତି । ବର୍ତ୍ତମାନ ସୁଦ୍ଧା ଦେଶରେ ସୁସ୍ଥତା ହାର ୯୨.୭୯ ପ୍ରତିଶତ ଥିବା ବେଳେ ମୃତ୍ୟୁ ହାର ୧.୪୮ପ୍ରତିଶତ ରହିଛି ।

Show More

Related Articles

Back to top button