ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ କମୁଛି ସଂକ୍ରମଣ,ଗତ ୨୪ଘଣ୍ଟାରେ ୧୫ ନୂଆ ପଜିଟିଭ୍‌ ଚିହ୍ନଟ

ରାଜ୍ୟରେ କମୁଛି ସଂକ୍ରମଣ । ଗତ ୨୪ଘଣ୍ଟାରେ ୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ଆଜି ସୁନ୍ଦରଗଡ଼ ଏବଂ କଟକରୁ ୩ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା, ସମ୍ବଲପୁର ଏବଂ ବରଗଡ଼ରୁ ୨ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବଲାଙ୍ଗୀର, ମୟୂରଭଞ୍ଜ, ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୬,୨୩୨ରେ ପହଞ୍ଚିଥିବା ବେଳେ ୧୩,୨୬,୭୬୮ ଜଣ ସୁସ୍ଥ ହୋଇଛନ୍ତି। ୨୦୮ ଜଣ ଚିକିିତ୍ସିତ ହେଉଛନ୍ତି।

Show More

Related Articles

Back to top button