ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ କମୁଛି ସଂକ୍ରମଣ,୨୪ ଘଣ୍ଟାରେ ୨୨ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ କମୁଛି ସଂକ୍ରମଣ । ୨୪ ଘଣ୍ଟା ମଧ୍ୟରେ ୨୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧, କଟକରୁ ୪ ଜଣ, ଦେବଗଡ଼ରୁ ୨, ଯାଜପୁରରୁ ୨, ଝାରସୁଗୁଡ଼ାରୁ ୧, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୩, ସମ୍ବଲପୁରରୁ ୧ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟପୁଲରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୬, ୨୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୬, ୭୨୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୩୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Show More

Related Articles

Back to top button