ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ କମୁଛି ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ୨୬କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣେ ରହିଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୧୯୫କୁ ବୃଦ୍ଧି ପାଇଛି ।

 

Show More

Related Articles

Back to top button