ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ହ୍ରାସ ପାଉଛି ସଂକ୍ରମଣ,ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ କ୍ରମଶଃ ହ୍ରାସ ପାଉଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୪ଜମ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍‌ରୁ ୩ଜଣ ରହିଛନ୍ତି ।

ବର୍ତ୍ତମାନସୁଦ୍ଧା ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୫୯୩କୁ ବୃଦ୍ଧି ପାଇଛି ।

Show More

Related Articles

Back to top button