ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ କମୁଛି ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ବର୍ତ୍ତମାନସୁଦ୍ଧା ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୪୩୪କୁ ବୃଦ୍ଧି ପାଇଛି ।

Show More

Related Articles

Back to top button