ଦେଶସ୍ୱାସ୍ଥ୍ୟ

ଦେଶରେ ବୃଦ୍ଧି ପାଉଛି ସଂକ୍ରମଣ , ୨୪ ଘଣ୍ଟାରେ ୨୦,୪୦୮ ଜଣ ନୂଆ ସଂକ୍ରମିତ ଚିହ୍ନଟ

ଦେଶରେ ବୃଦ୍ଧି ପାଉଛି ସଂକ୍ରମଣ । ଦୈନିକ ସଂକ୍ରମଣ ୨୦ ହଜାର ଟପିଲାଣି । ଶେଷ ୨୪  ଘଣ୍ଟା ମଧ୍ୟରେ ଦେଶରେ ମୋଟ ୨୦,୪୦୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୫୪ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୦,୯୫୮ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୪୩,୩୮୪ରେ ପହଞ୍ଚିଛି । ଦେଶରେ ଦୈନିକ ପଜିଟିଭ ରେଟ ୫.୦୫% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୬,୩୧୨ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ ୨୦୩ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।

Show More

Related Articles

Back to top button