ଦେଶସ୍ୱାସ୍ଥ୍ୟ

ଦେଶରେ କମୁଛି ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ୧୭୩ ନୂତନ ସଂକ୍ରମିତ ଚିହ୍ନଟ

ଦେଶରେ କ୍ରମଶଃ ସଂକ୍ରମଣ  ହ୍ରାସ ପାଇବାରେ ଲାଗିଛି । ଆଜି ଦୈନିକ ସଂକ୍ରମଣ ୨୦୦ ତଳେ ରହିଛି । ୨୪ ଘଣ୍ଟା ମଧ୍ୟରେ ୧୭୩ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପିଛିଲା ଭାବେ କେରଳ ଯୋଗ କରିଥିବା ୩ ମୃତ୍ୟୁ ରେକର୍ଡ କରାଯାଇଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୭୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୪,୮୨୨ରେ ପହଞ୍ଚିଛି। ସେହିପରି କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୦,୨୫୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୯୧୩ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।

Show More

Related Articles

Back to top button