ଦେଶସ୍ୱାସ୍ଥ୍ୟ

ଦେଶରେ ହ୍ରାସ ପାଉଛି ସଂକ୍ରମଣ,୨୪ ଘଣ୍ଟାରେ ୨୧୦ ନୂଆ ସଂକ୍ରମିତ ଚିହ୍ନଟ

ଦେଶରେ କ୍ରମଶଃ ହ୍ରାସ ପାଉଛି ସଂକ୍ରମଣ ।  ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ୨୦୦ ଉପରେ ଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି କିଛି ହ୍ରାସ ପାଇଥିଲେ ବି ୪ ହଜାରରୁ ସାମାନ୍ୟ ଉପରେ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨୧୦  କରୋନାଭାଇରସ୍‌ଜନିତ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ମୃତ୍ୟୁ ସଂଖ୍ୟା ୧ ରେକର୍ଡ କରାଯାଇଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୧୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୪,୬୪୯ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ କାହାରି ମୃତ୍ୟୁ ରେକର୍ଡ କରାଯାଇ ନ ଥିବା ବେଳେ କେରଳ ପିଛିଲା ଭାବେ ଜଣକର ମୃତ୍ୟୁ ଯୋଗ କରିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୫୪ରେ ପହଞ୍ଚିଛି। ସେହିପରି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୯,୯୪୮। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪,୦୪୭ ଥିବା ରେକର୍ଡ କରାଯାଇଛି

 

 

Show More

Related Articles

Back to top button