ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ୩୭ଜଣ ନୂଆ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ତଳଉପର ଦାନିକ ସଂକ୍ରମଣ ।  ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

 

Show More

Related Articles

Back to top button