ଦେଶସ୍ୱାସ୍ଥ୍ୟ

ଦେଶରେ କ୍ରମଶଃ ହ୍ରାସ ପାଉଛି ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ୪, ୧୨୯ ନୂଆ କୋରୋନା ସଂକ୍ରମିତ ଚିହ୍ନଟ

ଦେଶରେ କ୍ରମଶଃ ହ୍ରାସ ପାଉଛି ସଂକ୍ରମଣ । ୫ ହଜାରରୁ ତଳକୁ ଖସିଲା ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସମୁଦାୟ ୪, ୧୨୯ ନୂଆ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଣ୍ଟା ମଧ୍ୟରେ ସୁସ୍ଥ ହୋଇଛନ୍ତି ମୋଟ ୪,୬୮୮ ଜଣ । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ।

ସୁସ୍ଥ ସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ ୪୩, ୪୧୫ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୨.୫୧%କୁ ବୃଦ୍ଧି ପାଇଛି । ସାପ୍ତାହିକ ହାର ୦.୧୦% ରହିଛି । ଆଜି ପର୍ଯ୍ୟନ୍ତ ୫,୨୮,୫୩୦ହଜାର କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ ୮୯.୩୬ କୋଟି କୋରୋନା ଟେଷ୍ଟିଂ କରାଯାଇଛି ।ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର୍ଯ୍ୟନ୍ତ ୨୧୭ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।

 

Show More

Related Articles

Back to top button