ଓଡ଼ିଶାସ୍ୱାସ୍ଥ୍ୟ

ବୃଦ୍ଧି ପାଉଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍ । ଦିନକୁ ଦୁନ ବୃଦ୍ଧି ପାଇବାରେ ଲାଗିଛି ସଂକ୍ରମଣ । ଦୁଇ ଦିନ ହେବ ରାଜ୍ୟରେ ସଂକ୍ରମଣ ହଜାରେ ତଳେ ରହିଥିବା ବେଳେ ପୁଣି ବୁଧବାରଠୁ ସଂକ୍ରମଣ ହଜାର ଟପିଛି । ଏଥିରୁ ନିସ୍ତାର ପାଇବାକୁ ହେଲେ ଟେଷ୍ଟିଂ ଓ ଟ୍ରାକିଂ ଉପରେ ଗୁରୁତ୍ୱ ଦେବାକୁ ପଡ଼ିବ । ତେଣୁ ରାଜ୍ୟ ସରକାର ଏବେ ଟେଷ୍ଟିଂ ସଂଖ୍ୟାକୁ ବୃଦ୍ଧି କରିଛନ୍ତି । ଫଳରେ ଅଧିକ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହେଉଛନ୍ତି ।

ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ମିଳିଥିବା ସୂଚନା ଅନୁଯାୟୀ , ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୯୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୯ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୩୧୯୧ ଜଣକୁ ବୃଦ୍ଧି ପାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୩୧୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୯୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୬୯୧୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୪୩୩୯୨୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button