ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ବୃଦ୍ଧି ପାଉଛି ସଂକ୍ରମଣ, ୨୪ ଘଣ୍ଟାରେ ୫୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ପୁଣି ବୃଦ୍ଧି ପାଉଛି ସଂକ୍ରମଣ । ଧୀରେଧୀରେ ଉପରମୁହାଁ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୯୫୦କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୨ଜଣ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ୭ଜଣ ରହିଛନ୍ତି ।

ତେବେ ବର୍ତ୍ତମାନ ରାଜ୍ୟରେ ସୁଦ୍ଧା ମୋଟ୍ ୧୨୮୮୯୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୪୭୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୭୦୧୬୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button