ଦେଶସ୍ୱାସ୍ଥ୍ୟ

ଦେଶରେ ହ୍ରାସ ପାଇଲା ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ୩୬୦ ନୂଆ ସଂକ୍ରମିତ ଚିହ୍ନଟ

ଗୋଟେପଟେ ଦେଶରେ ଶୀତ ଅନୁଭୂତ ହେଉଥିବାବେଳେ ଅନ୍ୟପଟେ ହ୍ରାସ ପାଉଛି ସଂକ୍ରମଣ ।ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ହ୍ରାସ ପାଇ ୪୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ସାଢ଼େ ୬୦ ହଜାର ଉପରେ ରହିଛି । ୨୪ ଘଣ୍ଟା ମଧ୍ୟରେ ୩୬୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ସୂଚନା ମିଳିଛି ।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩୬୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୦,୦୭୫ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ହୋଇଥିବା ୫ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୫୮୬ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୩,୪୩୩। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୦,୪୬ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।

 

Show More

Related Articles

Back to top button