ଦେଶସ୍ୱାସ୍ଥ୍ୟ

ଦେଶରେ ସାମାନ୍ୟ ହ୍ରାସ ପାଇଲା ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ୨୫୩ ନୂତନ ସଂକ୍ରମିତ ଚିହ୍ନଟ

ଦେଶରେ ସାମାନ୍ୟ ହ୍ରାସ ପାଇଲା କୋଭିଡ୍‌-୧୯ ସଂକ୍ରମଣ । ୩୦୦ ତଳେ ରହିଛି  ଦୈନିକ ସଂକ୍ରମଣ । ସେହିପରି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି କିଛି ହ୍ରାସ ପାଇ ଥିଲେ ବି ୫ ହଜାର ତଳେ ରହିଛି । ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୫୩କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୫୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୩,୧୬୬ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ହୋଇଥିବା ୩ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୨୭ରେ ପହଞ୍ଚିଛି। ଏଥିରେ କେରଳ ପିଛିଲା ଭାବେ ୨ଜଣକର ମୃତ୍ୟୁ ସାମିଲ କରିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୭,୯୪୨। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪,୬୭୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।

Show More

Related Articles

Back to top button