Breaking PLUSଦୁର୍ଘଟଣାସ୍ୱତନ୍ତ୍ର

ଜଙ୍ଗଲରୁ ବାପା-ପୁଅଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,କାରଣ ଅସ୍ପଷ୍ଟ

ବାଂଶପାଳ : ଜଙ୍ଗଲରୁ ବାପା-ପୁଅଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ନୟାକୋଟ ଥାନା ବାଂଶପାଳ ଅଞ୍ଚଳରେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

ସୂଚନା ଅନୁଯାୟୀ, ବାଂଶପାଳ ଗ୍ରାମର ରଜାବନ୍ଧ ମୁଣ୍ଡା ସାହିର ଶୁକ୍ରା ମୁଣ୍ଡା ଏବଂ ତାଙ୍କ ପୁଅ ଶଙ୍କର ମୁଣ୍ଡା ଉଭୟ ଘର ପାଖ ଜଙ୍ଗଲରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ଝୁଲନ୍ତା ଅବସ୍ଥାରେ ବାପ,ପୁଅଙ୍କ ମୃତଦେହ ଉଦ୍ଧାର କରାଯାଇଛି ।

ଖବର ପାଇ ଘଟଣାସ୍ଥଳରେ ନୟାକୋଟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବାପା-ପୁଅଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ଉଭୟଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ତଦନ୍ତ ପରେ ମୃତ୍ୟୁର କାରଣ ସ୍ପଷ୍ଟ ଜଣାପଡିବ ।

Show More

Related Articles

Back to top button