Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

୧୬ରୁ ହୋଇପାରେ ବର୍ଷା

୧୬ରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ।

୧୬ରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ । ପଶ୍ଚିମା ଝଡ଼ ପ୍ରଭାବରେ ୧୬ରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲିଠୁ ରାଜ୍ୟର ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ବଢିବା ସମ୍ଭାବନା ରହିଛି । ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ  ଶୁଖିଲା ପାଗ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହା ପରେ ଆସନ୍ତା ୧୬ ତାରିଖରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ରାଜ୍ୟର ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଆଦି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ଏହାସହ ରାଜ୍ୟର କିଛି ଜିଲ୍ଲାରେ କୁଆପଥର ସହ ବର୍ଷା ହେବାର ମଧ୍ୟ ଆଶଙ୍କା ରହିଛି ।

 

Show More

Related Articles

Back to top button