Breaking PLUSଓଡ଼ିଶାପାଣିପାଗ

୧୧ରୁ ୧୩ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା !

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ଏହା ଚଳିତ ମୌସୁମୀ ଋତୁର ସପ୍ତମ ଲଘୁଚାପ କ୍ଷେତ୍ର ହେବ । ଏହା ସେପ୍ଟେମ୍ୱର ୧୧ ତାରିଖ ବେଳକୁ ଉତ୍ତର ତତ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ସୃଷ୍ଟି ହେବାର ୪୮ ଘଣ୍ଟା ମଧ୍ୟରେ ଆହୁରି ଘନିଭୂତ ହୋଇପାରେ ବୋଲି ପୂର୍ବାନୁମାନ କରାଯାଉଛି । ଏହାର ପ୍ରଭାବରେ ସେପ୍ଟେମ୍ୱର ୧୧ରୁ ୧୩ ତାରିଖ ଭିତରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ।  ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ, ଆଭ୍ୟନ୍ତରୀଣ ତଥା ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ୧୧ରୁ ୧୩ ତାରିଖ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳ, ପଶ୍ଚିମ-କେନ୍ଦ୍ରୀୟ ତତ-ସଙ୍ଗଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଝଡ଼ ପବନ ହେବ । ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବୋହିବ । ମଝିରେ ମଝିରେ ଝଟକା ପବନର ବେଗ ୬୦ କିମି ରହିବାର ସମ୍ଭାବନା ରହିଛି । ତେଣୁ ଏହି ସମୟରେ ଓଡ଼ିଶା ଉପକୂଳ, ପଶ୍ଚିମ-କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବ । ୧୨ ଓ ୧୩ ତାରିଖ ଭିତରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ କୁହାଯାଇଛି ।

 

 

 

 

Show More

Related Articles

Back to top button