Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

୨୧ରୁ ପୁଣି ବର୍ଷା

ଭୁବନେଶ୍ୱର : ଓଡ଼ିଶା ଉପରେ ପାଣିପାଗର କୌଣସି ନିୟାମକ ସକ୍ରିୟ ନଥିବାରୁ ଆସନ୍ତା ୨ ଦିନ ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହିବ। କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା ରହିଛି। ତେବେ ୨୧ ତାରିଖରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।ପାଣିପାଗ କେନ୍ଦ୍ର କହିଛି ଯେ ଆସନ୍ତା ୨ ଦିନ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ୨୧ ତାରିଖରୁ ରାଜ୍ୟରେ ବର୍ଷା‌ର ପ୍ରଭାବ ପୁଣି ଆରମ୍ଭ ହୋଇଯିବ। ବିଶେଷ କରି ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, କଟକ ଓ ଗଞ୍ଜାମ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏଣୁ ଏହିସବୁ ଜିଲ୍ଲା ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Show More

Related Articles

Back to top button