ଓଡ଼ିଶାକଳା ସଂସ୍କୃତି ଓ ସାହିତ୍ୟପୂଜା ପାର୍ବଣଭକ୍ତିମୁଖ୍ୟ ଖବରସ୍ୱତନ୍ତ୍ର

କାଲି ୪ଟାରୁ ବନ୍ଦ୍ ରହିବ ଜଗା ଦର୍ଶନ

ଦିନକ ପରେ ବାହୁଡା ଯାତ୍ରା । ଶ୍ରୀଗୁଣ୍ଡିଚା ମନ୍ଦିରରୁ ଲୀଳାଖେଳା ସାରି ଶ୍ରୀମନ୍ଦିର ଅଭିମୁଖେ ବାହୁଡିବେ ଚତୁର୍ଦ୍ଧା ମୁର୍ତ୍ତି । ଆସନ୍ତାକାଲି ହେବ ସନ୍ଧ୍ୟା ଦର୍ଶନ । ଏସବୁକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଉଛି । ପ୍ରଶାସନ ଘୋଷଣା ଅନୁଯାୟୀ, କାଲି ଅପରାହ୍ନ ୪ ଟାଠାରୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ଶ୍ରଦ୍ଧାଳୁ ।

ଏହାକୁ ନେଇ ଦେଖାଦେଇଛି ତୀବ୍ର ଅସନ୍ତୋଷ ଅପରାହ୍ନ ୪ଟାଠାରୁ ଦର୍ଶନ ବନ୍ଦକୁ ନେଇ ଭକ୍ତ ଏବଂ ସେବାୟତମାନେ ମଧ୍ୟ ଅସନ୍ତୋଷ ଜାହିର କରିଛନ୍ତି । ଏ ସମ୍ପର୍କରେ ପୁନଃ ଆଲୋଚନା କରିବା ପାଇଁ ଜିଲ୍ଲା ପ୍ରଶାସନକୁ ଅନୁରୋଧ କରିଛନ୍ତି । ସାଧାରଣତଃ ସନ୍ଧ୍ୟା ବେଳେ ସନ୍ଧ୍ୟା ଦର୍ଶନ କରାଯାଏ ପୂର୍ବ ବର୍ଷ ମାନଙ୍କରେ ଭକ୍ତମାନେ ଶ୍ରୀଜିଉଙ୍କୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଦର୍ଶନ କରିଥାନ୍ତି । କିନ୍ତୁ ଚଳିତ ବର୍ଷ ଅପରାହ୍ନ ୪ ଟାରେ ଦର୍ଶନ ବନ୍ଦ ହେବ ବୋଲି ପ୍ରଶାସନର ଘୋଷଣା ପରେ ଭକ୍ତ ଓ ସେବାୟତ କ୍ଷୋଭ ପ୍ରକାଶ କରିଛନ୍ତି ।

ଆସନ୍ତାକାଲି ଶ୍ରୀଜିଉଙ୍କ ସଂଧ୍ୟା ଦର୍ଶନ । ଅପରାହ୍ନ ୪ଟା ପର୍ଯ୍ୟନ୍ତ ଦର୍ଶନ ଚାଲିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ତାପରେ ଶ୍ରୀଜିଉଙ୍କ ବାହୁଡ଼ା ପହଣ୍ଡି ପାଇଁ ସେନାପଟା ଲାଗି ଗୁପ୍ତ ନୀତିକାନ୍ତି ଅନୁଷ୍ଠିତ ହେବ । ଶ୍ରୀଗୁଣ୍ଡିଚା ଭଳି ବାହୁଡ଼ା ଯାତ୍ରା ନୀତି ସଅଳ କରିବା ପାଇଁ ପ୍ରଶାସନ ପ୍ରସ୍ତୁତି କରିଛି । ଗତକାଲି ଦଇତାପତି ନିଯୋଗ ସହ ଜିଲ୍ଲାପାଳଙ୍କ ବୈଠକ ବସିଥିଲା । ସେହିପରି ୧୦ ତାରିଖରେ ସୁନାବେଶ ନୀତି ଅପରାହ୍ନ ୨ଟାରୁ ଆରମ୍ଭ କରିବା ନେଇ ମଧ୍ୟ ପ୍ରସ୍ତୁତି ଚାଲିଛି ।

Show More

Related Articles

Back to top button