ଓଡ଼ିଶାମୁଖ୍ୟ ଖବର

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ଯଶୱନ୍ତ ସିଂହ ଓ ଜଷ୍ଟିସ୍ ଅରିନ୍ଦମ୍ ସିହ୍ନା

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ ଯଶୱନ୍ତ ସିଂହ ଓ ଜଷ୍ଟିସ୍ ଅରିନ୍ଦମ୍ ସିହ୍ନା । ହାଇକୋର୍ଟ ନୂତନ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ଦୁଇ ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ।

ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ସିଂହ ଓ କୋଲକାତା ହାଇକୋର୍ଟର ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କ ଓଡ଼ିଶା ହାଇକୋର୍ଟକୁ ବଦଳି ନେଇ ଗତ ୬ ତାରିଖ ଦିନ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଅନ୍ୟପଟେ ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ସଂଜୟ କୁମାର ମିଶ୍ରଙ୍କୁ ଉତ୍ତରାଖଣ୍ଡ ହାଇକୋର୍ଟକୁ ବଦଳି ନେଇ ମଧ୍ୟ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା । ଆଜି ଦୁଇ ବିଚାରପତିଙ୍କ ଶପଥ ଗ୍ରହଣ ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୪ରେ ପହଞ୍ଚିଛି । ଏଠାରେ ସୂଚନା ଯୋଗ୍ୟ ଯେ ଓଡ଼ିଶା ହାଇକୋର୍ଟରେ ମଞ୍ଜୁରୀପ୍ରାପ୍ତ ବିଚାରପତି ସଂଖ୍ୟା ୨୭ ।

 

Show More

Related Articles

Back to top button