Breaking PLUSଓଡ଼ିଶାମୁଖ୍ୟ ଖବର

ମେ 2 ଯାଏ କାଳବୈଶାଖୀ ସମ୍ଭାବନା

ପ୍ରବଳ ଖରା ଓ ଗରମରୁ ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆସନ୍ତା ମେ’ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । କେତେକ ସ୍ଥାନରେ ବଜ୍ରପାତ ସହ କୁଆପଥର ବର୍ଷା ମଧ୍ୟ ହେବ। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାରେ ତାପମାତ୍ରା ପ୍ରାୟ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି। ଏହାସହ ମଙ୍ଗଳବାର ୫ ଜିଲା ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ବିଜୁଳି, ଘଡଘଡି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଅନୁଗୁଳ ଓ ଢେଙ୍କାନାଳକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା, ପବନ ସମୟରେ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଜାରି କରାଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button