Breaking PLUSଓଡ଼ିଶାମୁଖ୍ୟ ଖବର

ବିଶ୍ୱବିଦ୍ୟାଳୟ ତାଲିକାରେ ସାମିଲ ହେଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟ

ୟୁଜିସି ମାନ୍ୟତା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ସାମିଲ ହେଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟ । ୟୁଜିସି ଅଧିନିୟମ-୧୯୫୬, ଧାରା ୨ (ଏଫ୍) ଅନୁଯାୟୀ, ୟୁନିଭର୍ସିଟି ଗ୍ରାଣ୍ଟ କମିଶନ ବିଶ୍ୱବିଦ୍ୟାଳୟର ମାନ୍ୟତା ସେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରିଛନ୍ତି । ଏନେଇ ୟୁଜିସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପରେ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

କେନ୍ଦ୍ର ଶିକ୍ଷାମନ୍ତ୍ରୀ କହିଛନ୍ତି, ଏହି ନିଷ୍ପତ୍ତି ଦ୍ୱାରା ଜନଜାତି ବହୁଳ କଳାହାଣ୍ଡି ଜିଲ୍ଲା ସମେତ ଆଖପାଖ ଜିଲ୍ଲାର ଛାତ୍ରଛାତ୍ରୀଙ୍କ ଆଶା ଓ ଆକାଂକ୍ଷା ପୂରଣ ହେବ । ପ୍ରଧାନମନ୍ତ୍ରୀଙ୍କ ଜାତୀୟ ଶିକ୍ଷା ନୀତି ଜରିଆରେ ଏହି ବିଶ୍ୱବିଦ୍ୟାଳୟ ଜରିଆରେ ଗୁଣାତ୍ମକ ଶିକ୍ଷା ଉପଲବ୍ଧ କରାଯିବ ।

କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଆବଶ୍ୟକ ତଥ୍ୟ ପ୍ରଦାନ କଲେ ୟୁଜିସି ଅଧିନିୟମ ୧୯୫୬ ଧାରା ୧୨ (ବି) ଅନୁଯାୟୀ, ଖୁବଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ ବୋଲି ଟ୍ୱିଟ୍ କରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଉଲ୍ଲେଖ କରିଛନ୍ତି ।

Show More

Related Articles

Back to top button