ଓଡ଼ିଶାପୂଜା ପାର୍ବଣ

କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ୱର ପୀଠରେ ୧୪୪ ଧାରା

ଆଜି ହେଉଛି କାର୍ତ୍ତିକ ମାସର ପ୍ରଥମ ସୋମବାର। ଏହି ଦିନ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହିତ ମାନସିକ ଶାନ୍ତି ମିଳିଥାଏ । ତେବେ ଚଳିତ ବର୍ଷ କାର୍ତ୍ତିକ ପ୍ରଥମ ସୋମବାରରେ ଧବଳେଶ୍ଵରଙ୍କୁ ଦର୍ଶନ କରିପାରିବେନି ଭକ୍ତ।

କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ଵରଙ୍କ ପୀଠରେ ଚଳିତ କାର୍ତ୍ତିକ ମାସର ପ୍ରଥମ ସୋମବାରକୁ ୧୪୪ଧାରା ଜାରୀ କରିଛି । ଭୋର ୪ଟାରୁ ରାତ୍ର ଦଶ ଘଟିକା ପର୍ଯ୍ୟନ୍ତ ଏହି ନିୟମ ବଳବତ୍ତର ରହିବ ବୋଲି ଆଠଗଡ଼ ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତିଙ୍କ ସୂଚନା । ରାଜ୍ୟ ସରକାରଙ୍କ କୋଭିଡ କଟକଣାକୁ ଆଖି ଆଗରେ ରଖି ସମସ୍ତ କାର୍ତ୍ତିକ ବ୍ରତଧାରୀ ଓ ଶ୍ରଦ୍ଧାଳୁ ଭକ୍ତମାନଙ୍କୁ ପୀଠକୁ ନ ଆସିବାକୁ ବାରଣ କରାଯାଇଛି ।

ପୀଠରେ ୧୪୪ ଧାରା ଲାଗୁ କରାଯାଇଥିବାରୁ ମନ୍ଦିର ଗୁଡିକରେ ଖାଁ ଖାଁ ପରିବେଶ ସୃଷ୍ଟି ହୋଇଛି। ଅନ୍ୟ ପଟେ ପୂଜକ ସମିତି ପକ୍ଷରୁ ଭୋର୍ ୪ଟାରୁ ପହଡ ଖୋଲାଯାଇ ୧୦୮ ଜଳରେ ବାବାଙ୍କୁ ସ୍ନାନ ପରେ ମଙ୍ଗଳାଆଳତୀ, ମାଇଲମ୍, ବାଳଭୋଗ ଆଦି ସମସ୍ତ ନୀତିକାନ୍ତି ସମ୍ପନ୍ନ କରାଯାଇଥିଲା।

Show More

Related Articles

Back to top button