ଓଡ଼ିଶାପୂଜା ପାର୍ବଣ

କାର୍ତ୍ତିକ ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା

କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ଵରଙ୍କ ପୀଠରେ ଚଳିତ କାର୍ତ୍ତିକ ମାସର ପ୍ରଥମ ସୋମବାର ଦିନ ୧୪୪ ଧାରା ଜାରୀ କରିଛି ଆଠଗଡ଼ ପ୍ରଶାସନ।

ସୋମବାର ଭୋର ୪ଟାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ଏହି ନିୟମ ବଳବତ୍ତର ରହିବ ବୋଲି ଆଠଗଡ଼ ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତି ସୂଚନା ଦେଇଛନ୍ତି।

ରାଜ୍ୟ ସରକାରଙ୍କ କୋଭିଡ କଟକଣାକୁ ଆଖି ଆଗରେ ରଖି ସମସ୍ତ ହବିଷ୍ୟାଳୀ ଓ ଶ୍ରଦ୍ଧାଳୁ ଭକ୍ତମାନଙ୍କୁ ପୀଠକୁ ନ ଆସିବାକୁ ବାରଣ କରାଯିବା ସହିତ ଧବଳେଶ୍ଵର ପୀଠକୁ ଧାରା ୧୪୪ ଜାରି କରାଯାଇଛି।

Show More

Related Articles

Back to top button