ଓଡ଼ିଶା

ଟିକାକରଣ ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ତେବେ ଆଗାମୀ ଦିନରେ କୋଭିଡ୍ ଟିକାକରଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ପ୍ରସ୍ତୁତ ରହିବା ଲାଗି ସମସ୍ତ ଜିଲ୍ଲାପାଳଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି

ସାରା ରାଜ୍ୟରେ କୋଭିଡ଼ ସ୍ଥିତି ନିୟନ୍ତ୍ରଣରେ ରହିଛି । ତେବେ ଆଗାମୀ ଦିନରେ କୋଭିଡ୍ ଟିକାକରଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ପ୍ରସ୍ତୁତ ରହିବା ଲାଗି ସମସ୍ତ ଜିଲ୍ଲାପାଳଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ଲୋକସେବା ଭବନରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ କୋଭିଡ୍ ଟିକାକରଣ ପାଇଁ ରାଜ୍ୟ ଷ୍ଟିୟରିଂ କମିଟିର ବୈଠକ ବସିଥିଲା।

କୋଭିଡ୍ ଟିକାକରଣ ପାଇଁ ରାଜ୍ୟର ସମସ୍ତ ଜିଲ୍ଲା ଓ ବ୍ଲକ୍ ସ୍ତରରେ ବ୍ୟାପକ ବ୍ୟବସ୍ଥା କରିବା ଏବଂ ଏହି କାମରେ ନିୟୋଜିତ କର୍ମଚାରୀମାନଙ୍କୁ ଠିକ ଭାବେ ତାଲିମ ଦେବା ଓ ଆବଶ୍ୟକ ହେଲେ ବ୍ଲକ୍ ସ୍ତରରେ ଟିକାକରଣ ପ୍ରସ୍ତୁତିକୁ ଅନୁଧ୍ୟାନ କରିବା ଲାଗି ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହା ସହିତ ଟିକାର ପାର୍ଶ୍ବ ପ୍ରତିକ୍ରିୟା ଦେଖାଦେଲେ ଏହାକୁ କେମିତି ଦକ୍ଷତାର ସହିତ ମୁକାବିଲା କରାଯାଇପାରିବ, ସେ ବିଷୟରେ ଆଲୋଚନା କରିଛନ୍ତି।

Show More

Related Articles

Back to top button