Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୭ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ପୂର୍ବଭଳି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜିର ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୯୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ପୂର୍ବଭଳି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୭ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜିର ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୧୦ କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ମୟୁରଭଞ୍ଜ, ସମ୍ବଲପୁର, କଟକ ଓ ବରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, ପୁରୀ, ବାଲେଶ୍ୱର, କୋରାପୁଟ, କଳାହାଣ୍ଡି, କେନ୍ଦ୍ରାପଡା ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Show More

Related Articles

Back to top button