Breaking PLUSଓଡ଼ିଶାମୁଖ୍ୟ ଖବର

ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ

ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆଜି ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଏବେ ସେହି ଅଞ୍ଚଳରେ ସକ୍ରିୟ ରହିଛି ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ମଧ୍ୟ ବାୟୁମଣ୍ଡଳ ସ୍ତର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ସଂପୃକ୍ତ ଲଘୁଚାପଟି ୨୨ ତାରିଖ ବେଳକୁ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।
ଏହା ପ୍ରଥମେ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ପରେ ଗତିପଥ ବଦଳାଇ ଧୀରେ ଧୀରେ ଉତ୍ତର-ଉତ୍ତର-ପୂର୍ବ ଦିଗରେ ବାଂଲାଦେଶ ଉପକୂଳ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିିପାଗ ବିଭାଗ ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ବୁଲେଟିନ୍‌ରେ କୁହାଯାଇିଛିି।
ଅକ୍ଟୋବର ୨୩ ଓ ୨୪ ତାରିଖରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Show More

Related Articles

Back to top button