Breaking PLUSଓଡ଼ିଶାମୁଖ୍ୟ ଖବର

ଲଘୁଚାପ କ୍ଷେତ୍ର ସକ୍ରିୟ, କାଲି ସୁଦ୍ଧା ଅବପାତ ସମ୍ଭାବନା

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ସକ୍ରିୟ ହୋଇଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଆହୁରି ଘନୀଭୂତ ହୋଇ ଆସନ୍ତାକାଲି ସୁଦ୍ଧା ଅବପାତର ରୂପ ନେବା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ସୂଚନା ଅନୁଯାୟୀ, ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଦକ୍ଷିଣପୂର୍ବ ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ୨୨ ତାରିଖ ସୁଦ୍ଧା ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତୀ ୩ ଦିନ ଯାଏଁ ଏହା ଉତ୍ତର-ଉତ୍ତରପୂର୍ବ ଦିଗରେ ଗତିକରି ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-ବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି।

Show More

Related Articles

Back to top button