Breaking PLUSଓଡ଼ିଶାମୁଖ୍ୟ ଖବର

12 ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର

ଏହି ସବୁ ଜିଲ୍ଲାରେ ଅତିପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା 12 ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଉତ୍ତର-ପୂର୍ବ ଓ ତତ୍‌ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ ଦିଗକୁ ଗତି କରୁଛି। ଏହାର ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ସମୁଦ୍ର ପତ୍ତନରେ ମୌସୁମୀ ଟ୍ରଫର ପଶ୍ଚିମ ପ୍ରାନ୍ତ ହିମାଳୟ ପାଦଦେଶ ନିକଟରେ ରହିଛି ଏବଂ ଏହାର ପୂର୍ବ ମୁଣ୍ଡ ବାରବାଙ୍କୀ, ଦେହରୀ, ରାଞ୍ଚି, ଦିଘା ଦେଇ ଦକ୍ଷିଣ-ପୂର୍ବ ଦିଗ ଦେଇ ଉତ୍ତର ପଶ୍ଚିମ ବଙ୍ଗୋପସାଗରକୁ ଗତି କରୁଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୮ ଅଗଷ୍ଟ, ଶୁକ୍ରବାର ଅପରାହ୍ନ ସୁଦ୍ଧା ରାଜ୍ୟର ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Show More

Related Articles

Back to top button