Breaking PLUSଓଡ଼ିଶାମୁଖ୍ୟ ଖବର

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, 1ରୁ ପ୍ରବଳ ବର୍ଷିବ

ମ୍ୟାନ୍‌ମାର ଏବଂ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାପରେ ଏହା ଲଘୁଚାପରେ ପରିଣତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଉତ୍ତର ଓଡ଼ିଶା ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ଏହାର ପ୍ରଭାବରେ ଶୁକ୍ରବାରରୁ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅକ୍ଟୋବର ୧ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। କେତେକ ଜିଲାରେ ବଜ୍ରପାତ ସହ କାଳବୈଶାଖୀଜନିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି। ପାଣିପାଗ କେନ୍ଦ୍ର ସୂଚନାନୁସାରେ, ଶୁକ୍ରବାର କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକରେ ପ୍ରବଳ ବର୍ଷା ହେବ। ସେହିପରି ଶନିବାର ଖୋର୍ଦ୍ଧା, କଟକ, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼ ଓ ସମ୍ବଲପୁରରେ ପ୍ରବଳ ବର୍ଷା ହେବ ଏବଂ ଏହି ଦୁଇଦିନ ଏ ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ଆସନ୍ତା ୧ ଓ ୨ ତାରିଖରୁ ବିଭିନ୍ନ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ୧ରେ ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବଲାଙ୍ଗୀର, ଅନୁଗୋଳ ଏବଂ ୨ ତାରିଖରେ ନବରଙ୍ଗପୁର, ନୂଆପଡ଼ା, କଲାଙ୍ଗୀର, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Show More

Related Articles

Back to top button