Breaking PLUSଓଡ଼ିଶାମୁଖ୍ୟ ଖବର

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ଜୁନ 1 ଯାଏ ପ୍ରବଳ ବର୍ଷା

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗ ‌ଏନେଇ ଅରେଞ୍ଜ ୱାର୍ଣ୍ଣିଙ୍ଗ୍‌ ଜାରି କରିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଆଗାମୀ ପାଞ୍ଚ ଦିନ ଯାଏଁ ଓଡ଼ିଶାରେ ଅନେକ ଜାଗାରେ ବର୍ଷା ଲାଗି ରହିବ। ତେଣୁ ଆଗାମୀ ତିନି ଦିନ ପ୍ରଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ଗଭୀର ସମୁଦ୍ର ଭିତରକୁ ନଯିବା ପାଇଁ ସେମାନଙ୍କୁ ବାରଣ କରାଯାଇଛି। ଏଥି ସହିତ ଆଗାମୀ ତିନିଦିନ ପାଇଁ ରାଜ୍ୟରେ ଅନେକ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଙ୍ଗ୍‌ ଜାରି କରାଯାଇଛି।

Show More

Related Articles

Back to top button