Breaking PLUSଓଡ଼ିଶାମୁଖ୍ୟ ଖବର

ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ । ସକ୍ରିୟ ଲଘୁଚାପ ୨୪ ଘଣ୍ଟା ଭିତରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ଉତ୍ତର ଆଡ଼କୁ ଗତିକରି ଆହୁରି ଘନୀଭୂତ ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

 ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେଇଛି। ଏହା ୪୮ଘଣ୍ଟା ମଧ୍ୟରେ ଉତ୍ତରରେ ଗତି କରି ଅଧିକ ଘନୀଭୂତ ହୋଇପାରେ। ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ପରବର୍ତ୍ତୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ। ଏହି ସମୟରେ ଘଡ଼ଘଡ଼ି ସହିତ ବର୍ଷା ସାଙ୍ଗକୁ ଘଣ୍ଟାପ୍ରତି ୫୦ରୁ ୬୦କି.ମି. ବେଗରେ ପବନ ବହିପାରେ। ଏଥିପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦେଶ ଦିଆଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button