Breaking PLUSଓଡ଼ିଶାମୁଖ୍ୟ ଖବର

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ରାଜ୍ୟରେ ବର୍ଷା ଜାରି

ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ଥିବାରୁ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜ୍ୟରେ ମେଘୁଆ ପାଗ ଲାଗି ରହିବା ସହିତ ହାଲୁକାରୁ ମଧ୍ୟମ ଧରରଣ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦକ୍ଷିଣ ବଙ୍ଗୋପ ସାଗରରେ ଲଘୁଚାପ ସକ୍ରିୟ ରହିଛି। ଏହାର ଶୁକ୍ରବାର ଠାରୁ ରବିବାର ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହିତ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ଶୁକ୍ରବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି।

Show More

Related Articles

Back to top button